ରାଜ୍ୟରେ ପୁଣି ଉପରମୁହାଁ କରୋନା ସଂକ୍ରମଣ : ୨୪ ଘଂଟାରେ ୧୩୪୨ ଆକ୍ରାନ୍ତ ଚିହ୍ନଟ; ୬୮ ମୃତ୍ୟୁର ହିସାବ ଦେଲେ ସରକାର

286

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୭୭୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩୦ ଜଣ, ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୮ ଜଣ, ଭଦ୍ରକରୁ ୪୦ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୬୪ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୯ ଜଣ, ଜଗତସିଂହପୁରରୁ ୭୮ ଜଣ, ଯାଜପୁରରୁ ୬୬ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪୩ ଜଣ, କେଉଁଝରରୁ ୨୩ ଜଣ, କୋରାପୁଟରୁ ୧୧ ଜଣ, ମାଲକାନଗିରିରୁ ୭ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୨୮ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫୫ ଜଣ, ରାୟଗଡ଼ାରୁ ୧୮ ଜଣ, ସମ୍ୱଲପୁରରୁ ୧୮ ଜଣ, ସୋନପୁରରୁ ୪ ଜଣ, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ ପୁଲରୁ ୧୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୮ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଠିକ୍ ସେହିପରି, କଟକ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ ବାଲେଶ୍ବରରୁ ୨ ଜଣ, ବରଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୨ ଜଣ, ଜଗତସିଂହପୁରରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼, ନବରଙ୍ଗପୁର, ସମ୍ବଲପୁର, ନୂଆପଡ଼ା,ଭଦ୍ରକ ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୮୩, ୫୨୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୯, ୬୩, ୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୩, ୫୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।