କନକ ବ୍ୟୁରୋ : ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଂଟାରେ ରାଜ୍ୟରେ ୧୫୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷ ବୟସରୁ କମ୍ ୩ ଶହ ୨୯ ଜଣ ଆକ୍ରାନ୍ତ ଅଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଂଘରୋଧରୁ ୮୭୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩୦ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

Advertisment

ଏଥିସହ ୩ ହଜାର ୬୨୧ ଜଣ ଆକ୍ରାନ୍ତ ୨୪ ଘଂଟା ମଧ୍ୟରେ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ମୋଟ ୧୯ ହଜାର ୩୮୬ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୩୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।