ରାଜ୍ୟର କରୋନା ମିଟର : ଗତ ୨୪ ଘଣ୍ଟାରେ ୧୮୯ ପଜିଟିଭ୍ ଚିହ୍ନଟ

109

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧ ଜଣ, କଟକରୁ ୯ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, ଖୋର୍ଦ୍ଧାରୁ ୮୩ ଜଣ, ମୟୂରଭଞ୍ଜରୁ ୧୩ ଜଣ, ପୁରୀରୁ ୨ ଜଣ, ସମ୍ୱଲପୁରରୁ ୧୨ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ହଜାର ୨୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୯ ହଜାର ୪୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୩୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।