ପୁଣି ଦୁଇ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : କମିଲା ପଜିଟିଭ ହାର; ଖୋର୍ଦ୍ଧାରେ ସଂକ୍ରମଣ ସର୍ବାଧିକ, ୬୯ ମୃତ

166

କନକ ବ୍ୟୁରୋ : ପୁଣି ଦୁଇ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ । ରାଜ୍ୟରେ ୨୪ଘଂଟା ଭିତରେ ୧୯୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୧୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୧୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ଘଂଟା ଭିତରେ ୭୨ହଜାର ୬୧ଟି ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ରେଟ ରହିଛି ୨ଦଶମିକ ୬୭ ପ୍ରତିଶତ । ଖୋର୍ଦ୍ଧାରେ ସର୍ବାଧିକ ୪୯୮ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୧୧୧ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୧୯ ଜଣ, ବଲାଙ୍ଗୀରରୁ ୧୧ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୨୪୮ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୭୫ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧୦ ଜଣ, ଜଗତସିଂହପୁରରୁ ୯୧ ଜଣ, ଯାଜପୁରରୁ ୧୨୩ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, କେନ୍ଦୁଝରରୁ ୩୨ ଜଣ, କୋରାପୁଟରୁ ୮ ଜଣ, ମାଲକାନଗିରିରୁ ୧୮ ଜଣ, ମୟୁରଭଞ୍ଜରୁ ୯୦ ଜଣ, ନବରଙ୍ଗପୁରରୁ୧୫ ଜଣ, ନୟାଗଡ଼ରୁ ୬୪ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୧୦୩ ଜଣ, ରାୟଗଡ଼ାରୁ ୨୨ ଜଣ, ସମ୍ୱଲପୁରରୁ ୩୩ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୩୮ ଓ ଷ୍ଟେଟ ପୁଲରୁ ୧୦୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୬୯ ମୃତ୍ୟୁର ହିସାବ ଦେଇଛନ୍ତି ସରକାର ।

ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୯୫୯୯୮୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯୩୫୦୦୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯୬୮୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୨୩୪୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।