୨୪ ଘଣ୍ଟାର କରୋନା ଗ୍ରାଫ୍ : ରାଜ୍ୟରେ ୨୦୫ ପଜିଟିଭ, ୨ ମୃତ

78

କନକ ବ୍ୟୁରୋ : ରାଜ୍ୟରେ ୨୪ ଘଂଟାରେ ୨୦୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୫ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧ ଜଣ, ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧ ଜଣ, ରାୟଗଡ଼ାରୁ ୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ ପୁଲରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୦୦୩  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୬ ହଜାର ୨୩୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୩୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।