ଗତ ୨୪ ଘଂଟାରେ ୨୨୧୫ ପଜିଟିଭ୍ ଚିହ୍ନଟ : ୬୬ ମୃତ୍ୟୁର ହିସାବ ହେଲେ ସରକାର; ରାଜ୍ୟରେ ୫ ହଜାର ଟପିଲା ମୋଟ କରୋନା ମୃତ୍ୟୁସଂଖ୍ୟା 

226

କନକ ବ୍ୟୁରୋ : ଗତ ୨୪ ଘଂଟାରେ ରାଜ୍ୟରେ ୨୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୭୨ ସଂଗରୋଧରୁ ଏବଂ ୯୪୩ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି । ଗତ ୨୪ ଘଂଟାରେ ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସବୁଠାରୁ ଅଧିକ ୪୮୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିଭଳି ଅନୁଗୁଳରୁ ୮୯ଜଣ, ବାଲେଶ୍ୱରରୁ ୧୫୦ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୭୮ ଜଣ, ବଲାଙ୍ଗୀରରୁ ୧୮ ଜଣ, ବୌଦ୍ଧରୁ ୧୬ ଜଣ, କଟକରୁ ୩୪୮ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୫୪ ଜଣ, ଗଜପତିରୁ ୧୭ ଜଣ, ଗଞ୍ଜାମରୁ ୧୨ଜଣ, ଜଗତସିଂହପୁରରୁ ୧୨୬ ଜଣ, ଯାଜପୁରରୁ ୧୨୪ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୧୪ ଜଣ, କେନ୍ଦ୍ରାପଡ଼ାରୁ ୯୫ ଜଣ, କେଉଁଝରରୁ ୪୨ ଜଣ, କୋରାପୁଟରୁ ୧୦ ଜଣ, ମାଲକାନଗିରିରୁ ୨୫ ଜଣ, ମୟୁରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୬୯ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୮୪ ଜଣ, ରାୟଗଡ଼ାରୁ ୨୯ ଜଣ, ସମ୍ୱଲପୁରରୁ ୪୧ ଜଣ, ସୋନପୁରରୁ ୧୦, ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୧୦୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ଆଉ ୬୬ ଜଣଙ୍କ କରୋନା ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ଅତିକ୍ରମ କରିଛି । ରାଜ୍ୟରେ ମୋଟ୍ କରୋନା ମୃତ୍ୟୁସଂଖ୍ୟା ୫ ହଜାର ୫୮କୁ ବୃଦ୍ଧି ହୋଇଛି । ସେହିପରି ଗତ ୨୪ ଘଂଟାରେ ରାଜ୍ୟରେ ୨୪୦୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସୁସ୍ଥସଂଖ୍ୟା ୯ ଲକ୍ଷ ୨୭ ହଜାର ୯୨୬କୁ ବୃଦ୍ଧି ହୋଇଛି । ୨୨୧୫ ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ଟିଭ୍ ମାମଲା ସଂଖ୍ୟା ୨୧ ହଜାର ୨୮୯କୁ ବୃଦ୍ଧି ହୋଇଛି ।