ରାଜ୍ୟରେ ୨୪ ଘଂଟାରେ ୨୫୫ ନୂଆ ଆକ୍ରାନ୍ତ ଚିହ୍ନଟ : ଶୂନରୁ ୧୮ ବର୍ଷ ଭିତରେ ୫୪ ଜଣ ସଂକ୍ରମିତ

121

କନକ ବ୍ୟୁରୋ : ରାଜ୍ୟରେ ୨୪ ଘଂଟା ଭିତରେ ୨୫୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ଭିତରେ ୫୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୦୬ ଜଣ ଚିହ୍ନଟ ।

ଅନୁଗୁଳ ଜିଲ୍ଲାରୁ ୧୪ ଜଣ, ଭଦ୍ରକରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକରୁ ୧୨ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୧୬ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୨୨ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୪ ଜଣ, ସମ୍ୱଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୧୮ ଜଣ ଓ ଷ୍ଟେଟ ପୁଲରୁ ୨୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୫୦ ହଜାର ୭୬୦  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୪୦ହଜାର ୧୩୯ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨ ହଜାର ୧୪୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।