ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮

86

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୭୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୫ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୧୭ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୮ ଜଣ, ଜଗତସିଂହପୁରରୁ ୫ ଜଣ, ଯାଜପୁରରୁ ୧୦ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୬ ଜଣ, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୩ ହଜାର ୭୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୨ ହଜାର ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩ ହଜାର ୧୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।