ରାଜ୍ୟରେ ୩୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ : ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯

79

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୮୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨ଜଣ, ବାଲେଶ୍ବରରୁ ୬ଜଣ, ବରଗଡ଼ରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୯ ଜଣ, ଢେଙ୍କାନାଳରୁ ୩ଜଣ, ଗଜପତିରୁ ୨ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୯ ଜଣ, ଯାଜପୁରରୁ ୧୩ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କଳାହାଣ୍ଡିରୁ ୨ଜଣ, କେନ୍ଦୁଝରରୁ ଜଣେ, ମ‌ାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ଜଣେ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୨ ହଜାର ୪୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୩୦ହଜାର ୦୨୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪୦୦୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।