୨୪ ଘଂଟାରେ ରାଜ୍ୟରେ ପୁଣି ୪୨୮ ନୂଆ ଆକ୍ରାନ୍ତ ଚିହ୍ନଟ, ୫୫ ପିଲା ପିଜିଟିଭ

81

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୫୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୧୮ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୧୦ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୩ ଜଣ, ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୭୯ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୪ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୭, ୨୬୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ବି ୬୨୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।