କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮ ଜଣ, ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩, କଟକରୁ ୭୩ ଜଣ, ଦେବଗଡ଼ରୁ ୧ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେଉଁଝରରୁ ୩ ଜଣ, ମୟୁରଭଞ୍ଜରୁ ୩୭ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୪, ୭୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୦,୮୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୭୦୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।