ରାଜ୍ୟରେ ଆଉ ୫୫୯ ପଜିଟିଭ, ୨ମୃତ : ୭୧ ଜଣ ୧୮ ବର୍ଷରୁ କମ୍ ଆକ୍ରାନ୍ତ ଚିହ୍ନଟ

Advertisment
ରାଜ୍ୟର କରୋନା ମିଟର : ଗତ ୨୪ ଘଣ୍ଟାରେ ୧୮୯ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଂଟାରେ ୫୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩୨୧ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୨୩୮ ଜଣ । ୭୧ ଜଣ ୧୮ ବର୍ଷରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୫୪, ବୌଦ୍ଧରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୦ ଲକ୍ଷ ୩୬ ହଜାର ୫୩୨ । ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୩ ହଜାର ୩୯୮ ଜଣ । ଏବେବି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ୪ ହଜାର ୭୮୫ । ୨୪ ଘଂଟାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe