ରାଜ୍ୟରେ ୨୪ ଘଂଟାରେ ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ : ସଂକ୍ରମିତଙ୍କ ମଧ୍ୟରେ ୧୧୯ ପିଲା

36

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୩୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୦ ଜଣ, ବାଲେଶ୍ୱରରୁ ୩୨ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୯ ଜଣ, କଟକରୁ ୧୨୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୯ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୭ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୮ ଜଣ, କେଉଁଝରରୁ ୫ ଜଣ, ଖୋର୍ଦ୍ଧାରୁ ୨୯୭ ଜଣ, କୋରାପୁଟରୁ ୧ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୧୧ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୧୭ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୨୪ ଜଣ ଓ ଷ୍ଟେଟ ପୁଲରୁ ୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୯ଲକ୍ଷ ୯୯ ହଜାର ୫୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୭ ହଜାର ୮୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ୬୬ ହଜାର ୧୦୬ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୧୨ ପ୍ରତିଶତ ରହିଛି ।