ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ : ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ

601

କନକ ବ୍ୟୁରୋ : ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ସକାଳ ୭ଟା ୪୫ ମିନିଟ ସମୟରେ ହୃଦଘାତ ଯୋଗୁଁ ଦେହାନ୍ତ ହୋଇଥିବା ନେଇ ସୂଚନା । ସେ ବହୁ ରୋଗରେ ପୀଡିତ ଥିଲେ । ଏମ୍ସ ମେଡିକାଲ ସୁପରିଟେଣ୍ଡେଣ୍ଟଏ ନେଇ ସୂଚନା ଦେଇଛନ୍ତି । ମାସେ ହେବ ଏମ୍ସ ଆଇସିୟୁରେ ଚିକିତ୍ସିତ ହେଉଥିଲେ । ୬୧ ବର୍ଷ ବୟସରେ ଆଖି ବୁଜିଛନ୍ତି ବିଷ୍ଣୁ ସେଠୀ ।

ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୦ ମସିହା ଓ ୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭାରତୀୟ ଜନତା ପାର୍ଟିର ପ୍ରତିନିଧି ଭାବରେ ଚାନ୍ଦବାଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଓ ଧାମନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ରାଜନୀତି ସହ ଜଣେ ଭଲ ଲେଖକ ଓ କବି ଭାବେ ଜଣାଶୁଣା ଥିଲେ ।

ବିଷ୍ଣୁ ଚରଣ ସେଠୀ ୧୯୬୧ ମସିହାର ଜୁନ ମାସ ୫ ତାରିଖରେ ଭଦ୍ରକ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଥିଲା ଗୟାଧର ସେଠୀ । ସେ ଉର୍ମିଳାରାଣୀ ପାଣିଗ୍ରାହୀଙ୍କୁ ବିବାହ କରିଥିଲେ । ଏହି ଦମ୍ପତ୍ତିଙ୍କର ଗୋଟିଏ ପୁଅ ଅଛି ।