କନକ ବ୍ୟୁରୋ : ଭୀଷଣ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ଏସଓପି ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ । ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଗକୁ ଆହୁରି ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏ ନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ କ’ଣ କରିବେ ସେ ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରଚାର କରିବାକୁ କୁହାଯାଇଛି ।

‘ବଢୁଛି ଖରା, ସତର୍କ ରୁହ’

- ଯେଉଁ ଗାଁ ବା ୱାର୍ଡରେ ଜଳ ସଙ୍କଟ ରହିଛି ସେଗୁଡ଼ିକୁ ଚିହ୍ନଟ କରାଯିବ
- ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବ
- ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦିଆଯାଇଛି
- କେନାଲରେ ପାଣି ଛାଡିବା, ପାନୀୟ ଜଳସେବା କେନ୍ଦ୍ର ଖୋଲାଯିବ
- ପଶୁପକ୍ଷୀଙ୍କ ପାଇଁ ବିଭିନ୍ନ ସ୍ଥାନରେ ପିଇବା ପାଣି ରଖିବାକୁ ନିର୍ଦ୍ଦେଶ
- ସ୍କୁଲ, କଲେଜ ଓ ସମସ୍ତ ଶିକ୍ଷାନୁଷ୍ଠାରେ ପିଲାଙ୍କ ପାଇଁ ପର୍ଯ୍ୟାପ୍ତ ପାନୀୟ ଜଳ ବ୍ୟବସ୍ଥା
- ଓଆରଏସ୍ ରଖିବା, ପଡ଼ିଆରେ ଖେଳକୁଦ ବନ୍ଦ କରିବାକୁ ନିର୍ଦ୍ଦେଶ
- ଗ୍ରୀଷ୍ମ ପ୍ରବାହ ମୁକାବିଲା ନେଇ ପିଲାଙ୍କୁ ସତେନ କରାଯିବ
- ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ, ସାଲାଇନ୍ ଏବଂ ଓଆରଏସ୍ ରଖାଯିବ
- ସମସ୍ତ ଯାତ୍ରୀବାହୀ ବସ୍ରେ ପାଣି, ଓଆରଏସ୍ ରଖିବା ପାଇଁ କୁହାଯାଇଛି
- ଦିନ ୧୧ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଶ୍ରମିକମାନେ କାମ କରିବେନି
- ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବାକୁ କହିଛନ୍ତି ଏସଆରସି