ଫେବୃଆରୀ ୧୮ରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ୍ ଅଧିବେଶନ । ୨୨ ତାରିଖରେ ବିଧାନସଭାରେ ଆଗତ ହେବ ବଜେଟ୍

108

କନକ ବ୍ୟୁରୋ: ଫେବୃଆରୀ ୨୨ ତାରିଖରେ ଆସିବ ରାଜ୍ୟ ବଜେଟ୍ । ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ଆଣିବେ ବଜେଟ୍ । ଏଥିସହ ଆସନ୍ତା ୧୮ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ୧୮ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଧାନସଭାରେ ନିଜର ଉଦବୋଧନ ରଖିବେ । ଏହାପରେ ୨୨ ତାରିଖରେ ଅର୍ଥମନ୍ତ୍ରୀ ବିଧାନସଭାରେ ଚଳିତ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ ।

ଦୁଇଟି ପର୍ଯ୍ୟାୟରେ ଏହି ବିଧାନସଭା ବଜେଟ୍ ଅଧିବେଶନ ବସିବ । ଫେବୃଆରୀ ୧୮ ତାରିଖରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ବସିବ । ଏହାପରେ ମାର୍ଚ୍ଚ ୧୨ ତାରିଖରୁ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ମାର୍ଚ୍ଚ ୩୧ ତାରିଖରେ ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହେବ ।