କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ୪ ଜିଲ୍ଲାପାଳଙ୍କୁ ଚିଠି କଲେ ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ।

18,379

କନକ ବ୍ୟୁରୋ: କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ପରେ ୪ ଜିଲ୍ଲାପାଳଙ୍କୁ ଚିଠି । ବାଲେଶ୍ୱର, ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ଓଡିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ । ଦୁର୍ଘଟଣାରେ ଆହତ ଶିଶୁ ଓ କିଶୋରଙ୍କ ସୁରକ୍ଷା ନେଇ ଚିଠିରେ ଉଲ୍ଲେଖ କରାଯାଇଛି । ସେମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ପ୍ରଭାବିତ ଶିଶୁ-କିଶୋରଙ୍କ ବିଷୟରେ ଜଣାଇବାକୁ ନିର୍ଦ୍ଦେଶ କରାଯାଇଛି । ଆଗାମୀ ୭ ଦିନ ଭିତରେ ଏ ବାବଦରେ ଜଣାଇବାକୁ ପରାମର୍ଶ ଦିଆଯାଇଛି ।