କନକ ବ୍ୟୁରୋ : ଉତ୍ତର-ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି । ଅର୍ଥାତ ଗଣେଷ ପୂଜାରେ ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

Kanak News is now on WhatsApp
Join and get latest news updates delivered to you via WhatsApp
ସେହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିହଂପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତାକାଲିଠୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢିବ । ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାଗରେ ୨୦ରୁ ୨୨ ତାରିଖ ମଧ୍ୟରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୨୦ ତାରିଖ ରାତିରୁ ୨୪ ଘଂଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।