କନକ ବ୍ୟୁରୋ : ପଶ୍ଚିମ କେନ୍ଦ୍ରୀୟ ଓ ଉତର-ପଶ୍ଚିମ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭବନା ରହିଛି ।
ରାଜ୍ୟର ଅଧିକାଂଶ ସ୍ଥାନରେ ଆସନ୍ତା ୪ ଦିନ ପାଇଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବାରୁ ଅଧା ଓଡିଶାରେ ନିଅଂଟିଆ ବର୍ଷା ହୋଇଛି । ବର୍ତମାନ ସୁଦ୍ଧା ୨୦ ପ୍ରତିଶତ କମ ବର୍ଷା ରେକର୍ଡ କରାଯାଇଛି । ୧୪ ଜିଲ୍ଲାରେ ନିଅଂଟିଆ ବର୍ଷା ହୋଇଥିବା ବେଳେ ୧୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । ତେବେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ପରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/07/full.jpg)