କନକ ବ୍ୟୁରୋ : ତୃତୀୟ ଲହର ଆସିବା ପୂର୍ବରୁ ଅଧିକରୁ ଅଧିକ ଲୋକଙ୍କୁ ଟିକାକରଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ଗତକାଲି ୧୬ଶହ ୧୩ଟି ଟିକାକରଣ କେନ୍ଦ୍ରରେ ୩ଲକ୍ଷ ୩୨ ହଜାର ୭୧୭ଜଣଙ୍କୁ ଟିକା ଦିଆଯାଇଛି । ରାଜ୍ୟରେ ଆଜି ସୁଦ୍ଧା ୧କୋଟିରୁ ଅଧିକ ଟିକାକରଣ ହୋଇଛି । ରାଜ୍ୟରେ ବର୍ତମାନ କୋଭିସିଲ୍ଡ ଟିକା ୬ଲକ୍ଷ ୯୮ ହଜାର ଓ କୋଭାକ୍ସିନ ଟିକା ୪ ଲକ୍ଷ ୩୦ ହଜାର ମହଜୁଦ ରହିଛି । ଆଜି ମଧ୍ୟ ୧ଲକ୍ଷ ୭୪ ହଜାର ୪୬୦ କୋଭିସିଲ୍ଡ ଟିକା ପହଞ୍ଚିବ ।

Advertisment

କେନ୍ଦ୍ର ସରକାରଙ୍କ ପରିବର୍ତିତ ଟିକାକରଣ ନୀତି ଲାଗୁ ହେବା ପରେ ଘରୋଇ ହସ୍ପିଟାଲ ଗୁଡିକ ସର୍ଭିସ ଚାର୍ଜ ନେଇ ଦେଉଥିବା ଟିକାକୁ ବନ୍ଦ କରିଦିଆଯାଇଛି । ଘରୋଇ ହସ୍ପିଟାଲ ଗୁଡିକ ଚାହିଁଲେ ଆଜି ଠୁ ସିଧାସଳଖ ଭ୍ୟାକ୍ସିନ ପ୍ରସ୍ତୁତକାରୀ କମ୍ପାନୀଠୁ ଟିକା କିଣି ଦେଇପାରିବେ । ସରକାର ଯେଉଁ ଦର ଧାର୍ଯ୍ୟ କରିଛନ୍ତି ସେହି ଦର ଅନୁଯାୟୀ ଟିକାକରଣ କରିବେ । କୋଭିସିଲ୍ଡ ଟିକା ୭୮୦ ଟଙ୍କା ଓ କୋଭାକ୍ସିନ ଟିକା ୧୪୧୦ ଟଙ୍କା ଧାର୍ଯ୍ୟ କରାଯାଇଛି । ସେହି ଦର ଅନୁଯାୟୀ ସେମାନେ ଟିକାକରଣ କରି ପାରିବେ ।