ରାଜ୍ୟରେ କମୁଛି ସଂକ୍ରମଣ: ୨୪ ଘଂଟାରେ ୬୬୮ ନୂଆ ଆକ୍ରାନ୍ତ, ୧୭ ମୃତ; ସଙ୍ଗରୋଧରୁ ୩୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୮୩ ଆକ୍ରାନ୍ତ ଚିହ୍ନଟ

90

କନକ ବ୍ୟୁରୋ: ରାଜ୍ୟରେ କମିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଂଟା ମଧ୍ୟରେ ୬୬୮ ନୂଆ ମାମଲା ସାମ୍ନାକୁ ଆସିଛି । ସେଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୮୫ ଏବଂ ସ୍ଥାନୀୟ ସଂକ୍ରମଣ ୨୮୩ ରହିଛି । ଆଜିର ଆକ୍ରାନ୍ତ୍ରଙ୍କ ମଧ୍ୟରେ ନୂଆପଡାରୁ ସର୍ବାଧିକ ୬୮ ଜଣ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୭ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ବର୍ତମାନ ସୁଦ୍ଧା  ରାଜ୍ୟରେ ମୋଟ ମୃତ୍ୟୁ ୧ ହଜାର ୬୫୭ରେ ପହଂଚିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩୮ ଜଣ, ବରଗଡ଼ରୁ ୧୮ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୨୮ ଜଣ, ବୌଦ୍ଧରୁ ୭ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୪, ଗଞ୍ଜାମରୁ ୧୨ ଜଣ, ଜଗତ୍‌ସିଂହପୁରରୁ ୨୫ ଜଣ, ଯାଜପୁରରୁ ୧୮ ଜଣ, ଝାରସୁଗୁଡ଼ାରୁ ୨୩ ଜଣ, କଳାହାଣ୍ଡିରୁ ୧୧ ଜଣ, କନ୍ଧମାଳରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେନ୍ଦୁଝରରୁ ୩୮ ଜଣ, ଖୋର୍ଦ୍ଧାରୁ ୫୬ ଜଣ, ମାଲକାନଗିରିରୁ ୮ ଜଣ, ମୟୂରଭଞ୍ଜରୁ ୫୦ ଜଣ, ନବରଙ୍ଗପୁରରୁ ୯ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୬୮ ଜଣ, ପୁରୀରୁ ୨୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୨୫ ଜଣ, ସୁନ୍ଦରଗଡ଼ରୁ ୫୫ ଜଣ ଓ ଷ୍ଟେଟ୍‌ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।