ପ୍ରତିଷ୍ଠା ହେବ ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ। ରାଜ୍ୟ କ୍ୟାବିନେଟରେ ନିଆଗଲା ନିଷ୍ପତ୍ତି 

1,287

କନକ ବ୍ୟୁରୋ: ରାଜ୍ୟରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଓ ପ୍ରଗତିଶୀଳ ଡାକ୍ତରୀ ଶିକ୍ଷା ଯୋଗାଇବା ପାଇଁ ଓଡିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବାକୁ ଯାଉଛି । ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବକୁ ମୋହର ବାଜିଛି । ଏଥିପାଇଁ ୩୩୦.୧୭ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଏହା ହେବା ଦ୍ୱାରା ସରକାରୀ ଡାକ୍ତର ଏବଂ ପାରାମେଡିକଙ୍କ ନିଯୁକ୍ତି ସୁନିଶ୍ଚିତ ହୋଇପାରିବ । ସେହିଭଳି ସଠିକ ପାଠ୍ୟକ୍ରମ, ଶିକ୍ଷାଦାନ ପ୍ରଣାଳୀର ବିକାଶ ସହ ଶିକ୍ଷକଙ୍କ ଦକ୍ଷତାର ବୃଦ୍ଧିରେ ବେସ ସହାୟକ ହେବ । ଆମ ରାଜ୍ୟରେ ପ୍ରଗତିଶୀଳ ଡାକ୍ତରୀ ଶିକ୍ଷାର ଲକ୍ଷ୍ୟ ମଧ୍ୟ ହାସଲ ହୋଇପାରିବ ।

ସେହିପରି ଉଭୟ ଖରିଫ ଓ ରବି ଋତୁରେ ଚାଷ ଜମିକୁ ଜଳ ସୁନିଶ୍ଚିତ କରିବା ପାଇଁ ଜଳକ୍ଲିଷ୍ଟ ଭୂତଳ ଜଳର ପୋଷଣୀୟ ବିନିଯୋଗ ଯୋଜନା ପାଇଁ ଅର୍ଥ ବ୍ୟବସ୍ଥା କରାଯାଇଛି । ୨୦୨୨-୨୩ ଏବଂ ୨୦୨୪-୨୫ ବର୍ଷ ପାଇଁ ୩୬୪.୪୦ କୋଟି ଟଙ୍କା ଖର୍ଚ୍ଚ ହେବ । କ୍ଲଷ୍ଟର ଭିତ୍ତିରେ ଅଗଭୀର ନଳକୂପ ଖନନ କରାଯିବ । ସେହିପରି ସୌର ଶକ୍ତି ଜରିଆରେ ଜଳ ଉତ୍ତୋଳନକୁ ଯୋଗାଇବା ପାଇଁ ପ୍ରୋତ୍ସାହନ ଦିଆଯିବ । ଏହା ହେବା ଦ୍ୱାରା ଚାଷୀଙ୍କ ଆୟ ବୃଦ୍ଧି ପାଇବ ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ଏହାସହ ‘ମୋ ଘର’ ଯୋଜନାକୁ ମଧ୍ୟ କ୍ୟାବିନେଟ ଅନୁମୋଦନ ମିଳିଛି । ମୋ ଘର ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର । ଏହି ଯୋଜନାରେ ଗ୍ରାମୀଣ ଲୋକଙ୍କୁ ଘର ତିଆରି ପାଇଁ ସହାୟତା ଦେବେ ସରକାର । ସେହିଭଳି ୨ଟି ଫିଲ୍ମକୁ କରମୁକ୍ତ ହୋଇଛି । ଡେଲିଭରୀ ବୟ ଓ ଜ୍ୱିଗାଟୋକୁ କରମୁକ୍ତ କରାଯାଇଛି ।