କନକ ବ୍ୟୁରୋ : ବିଧାନସଭା ଠିକରେ ଚାଲିପାରୁନି । ବିରୋଧୀ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବିଧାନସଭାକୁ ଦିନ ୪ଟା ପର୍ଯ୍ୟନ୍ତ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ବିଜେପି ବିଧାୟକଙ୍କ ଜୋରଦାର ହଟ୍ଟଗୋଳ ଓ ପୋଡିୟମ ନିକଟକୁ ଯାଇ ନାରାବାଜୀ କାରଣରୁ ବିଧାନସଭାକୁ ମୁଲତିବି ରଖାଯାଇଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ବିଜେପି ବିଧାୟକମାନେ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯାଇ ମୁଖ୍ୟମନ୍ତ୍ରୀ ବିବୃତିରୁ ଜନବିରୋଧୀ ଶବ୍ଦକୁ ବାଦ ଦେବାକୁ ଦାବି କରିଥିଲେ । ଏହାସହ ବାଚସ୍ପତିଙ୍କୁ ଡାଲି ଫୋପାଡିବା ଘଟଣାରେ ନିଲମ୍ବିତ ହୋଇଥିବା ବିଜେପିର ୨ଜଣ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରିବାକୁ ବିଜେପି ବିଧାୟକମାନେ ଦାବି କରିଛନ୍ତି । ବିଜେପି ବିଧାୟକଙ୍କ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ।