କନକ ବ୍ୟୁରୋ : ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ରଘୁନାଥପୁରର ଲାଇଭ ଷ୍ଟକ ଇନ୍ସପେକ୍ଟର ଜଗନ୍ନାଥ ରାଉତ । ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସମେତ ୯ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ।

Advertisment

ଜଗନ୍ନାଥ ରାଉତଙ୍କ ରଘୁନାଥପୁରରେ ଥିବା ରୟାଲ ଲାଗୁନ ଆପାର୍ଟମେଣ୍ଟରେ ଥିବା ଘର, ରଘୁନାଥପୁର ଗାଁରେ ଥିବା ଦୁଇଟି ତିନି ମହଲା ଘର, ଅନ୍ୟ ଏକ ଦୁଇ ମହଲା ଘର, ଗାଁ ପୋଖରୀ ନିକଟରେ ଥିବା ଏକ ମହଲା କୋଠାରେ ଚଢାଉ କରାଯାଉଛି । ଗ୍ରୀନ୍ ଆପାର୍ଟମେଣ୍ଟରେ ଥିବା ଫ୍ଲାଟ, ଭୁବନେଶ୍ୱର କଳାରାହାଙ୍ଗରେ ଥିବା ଅଫିସରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଉଛି । ଚଢାଉରେ ୫ ଜଣ ଡିଏସ୍ପି, ୧୦ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି ।