ଆଇ.ଟି.ଆଇ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି’ ଛାଡ କରାଯିବ : ଉପକୃତ ହେବେ ୩୦ ହଜାର ଛାତ୍ରଛାତ୍ରୀ

1,559

କନକ ବ୍ୟୁରୋ : ସମସ୍ତ ସରକାରୀ ଆଇ.ଟି.ଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଛାଡ ହେବ ହଷ୍ଟେଲ ଫି’ । ଛାତ୍ରଛାତ୍ରୀଙ୍କର ୯ମାସର ହଷ୍ଟେଲ ଫି’ ଛାଡ କରାଯିବ । ହଷ୍ଟେଲ ଫି’ ଛାଡ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା ସରକାରୀ ଆଇ.ଟି.ଆଇରେ ପଢୁଥିବା ରାଜ୍ୟର ୩୦ହଜାର ଛାତ୍ରଛାତ୍ରୀ ଉପକୃତ ହେବେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି । କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନଥିଲେ । ଆଇ.ଟି.ଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି । ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ ।