ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ! ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା

303

କନକ ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ମାଲକାନଗିରିରେ ସର୍ବାଧିକ ୩୬.୫ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୪.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରେକର୍ଡ କରାଯାଇଛି ।

ଆସନ୍ତା ୭ ଓ ୮ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ । ସେହିପରି ୮ ତାରିଖରେ ମାଲକାନଗିିିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ହାଲକା ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମାରିବା ନେଇ ଆଶଙ୍କା ରହିଛି । ୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।