କନକ ବ୍ୟୁରୋ : ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ସର୍ତକ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି । ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି । ଏଥିସହ ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରେ ବଜ୍ରପାତ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ପ୍ରବଳ ବର୍ଷା ଓ କାଳବୈଶାଖୀକୁ ନଜରରେ ରଖି ସ୍ୱତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି ।