କାଲି କୋଭିସିଲ୍ଡ ଆସିଲା, ଆଜି ଆସିପାରେ କୋଭାକ୍ସିନ । ପ୍ରଥମ ପର୍ଯ୍ୟାୟରେ ଆସିପାରେ ୨୦ ହଜାର ଡୋଜ  ।

54

କନକ ବ୍ୟୁରୋ : ସେରମ ଇନଷ୍ଟିଚ୍ୟୁଟ ଠାରୁ ଟିକା କିଣିବା ପରେ ଦେଶର ଅନ୍ୟତମ ଟିକା ନିର୍ମାଣକାରୀ ସଂସ୍ଥା ଭାରତ ବାୟୋଟେକ ଠାରୁ ଟିକା କିଣିବେ ଭାରତ ସରକାର । ଭାରତ ବାୟୋଟେକ୍ ଠାରୁ ୫୫ ଲକ୍ଷ କୋଭାକସିନ୍ ଟିକା କିଣିବେ କେନ୍ଦ୍ର ସରକାର । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି । କୋଭାକସିନ୍ ହେଉଛି ଭାରତର ସଂପୂର୍ଣ୍ଣ ଦେଶୀ ଟିକା ।

ପ୍ରତି ଡୋଜକୁ ୨୯୫ ଟଙ୍କା ହିସାବରେ ୩୮ ଲକ୍ଷ ୫୦ ହଜାର ଡୋଜ ଟିକା କିଣିବେ କେନ୍ଦ୍ର ସରକାର । ସେପଟେ ଭାରତ ବାୟୋଟେକ୍, ୧୬ ଲକ୍ଷ ୫୦ ହଜାର ଟିକା ମାଗଣାରେ ଦେବ ବୋଲି ଘୋଷଣା କରିଛି । ଓଡିଶାକୁ ମଧ୍ୟ ୨୦ ହଜାର କୋଭାକସିନ୍ ଭାୟାଲ୍ ଟିକା ଆସିବ ବୋଲି କେନ୍ଦ୍ର ସରକାର ଜଣାଇଛନ୍ତି । ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ଟିକା ଦେବା ପାଇଁ ୩ ଲକ୍ଷ ୨୮ ହଜାର ୬୫୦ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି ।

ସେହିଭଳି ଗତକାଲି ପୁଣେରୁ ଭୁବନେଶ୍ୱର କରୋନା ଟିକା ଆସି ପଂହଚିବା ପରେ ବିଭିନ୍ନ ଜିଲ୍ଲାକୁ ଏହା ପର୍ଯ୍ୟାୟକ୍ରମେ ପଠାଯିବା ପ୍ରକ୍ରିୟା ଚାଲିଛି । ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟ ଟିକା ଭଣ୍ଡାରରୁ କଟକ, ପୁରୀ ଓ ନୟାଗଡ ଜିଲ୍ଲାକୁ ଟିକା ଦିଆଯାଇଛି । କଟକକୁ ୧୯ ହଜାର ଶହେ ଡୋଜ, ନୟାଗଡକୁ ୪ ହଜାର ଡୋଜ  ଓ ପୁରୀକୁ ଯାଇଛି ୭ ହଜାର ଡୋଜ । କଡା ସୁରକ୍ଷା ଭିତରେ ସ୍ୱତନ୍ତ୍ର ଭ୍ୟାନ ଯୋଗେ  ଏହି ଟିକା ସଂପୃକ୍ତ ଜିଲ୍ଲାଗୁଡିକୁ ଯାଇଛି ।  ମଙ୍ଗଳବାର ପୁଣେରୁ ରାଜ୍ୟକୁ ଆସିଛି  ମୋଟ୍ କୋଭିସିଲ୍ଡିର  ୪୦ ହଜାର  ୮ ଶହ ଭାୟାଲ । ଏଥିରେ ୪ ଲକ୍ଷ ୮ ହଜାର ଡୋଜ କୋଭିଡ୍ ଟିକା ରହିଛି ।ଆଉ ଆଜି ସକାଳୁ ବିଭିନ୍ନ ଜିଲ୍ଲା ଗୁଡିକ ଟିକା ପଠାଇବାର ପ୍ରସ୍ତୁତି ସକାଳୁ ସକାଳୁ ଆରମ୍ଭ ହୋଇଛି ।