ଲଗାତାର ଦ୍ୱିତୀୟ ଦିନ ପାଇଁଁ ରାଜ୍ୟରେ ୩ହଜାର ଉପରେ କୋଭିଡ ପଜିଟିଭ : ଗତ ୨୪ଘଂଟାରେ ୩ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ

Advertisment
ଲଗାତାର ଦ୍ୱିତୀୟ ଦିନ ପାଇଁଁ ରାଜ୍ୟରେ ୩ହଜାର ଉପରେ କୋଭିଡ ପଜିଟିଭ : ଗତ ୨୪ଘଂଟାରେ ୩ହଜାର ୧୪୪ ଆକ୍ରାନ୍ତ ଚିହ୍ନଟ

କନକ ବ୍ୟୁରୋ : ଆଜି ରାଜ୍ୟରେ ପୁଣି ୩ହଜାର ଉପରେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୮୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୩୨୧ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୫୨୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୭ଜଣ ସଂକ୍ରମିତ ଚିହ୍ନଟ ହୋଇ ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା।

ଜିଲ୍ଲାଓ୍ଵାରି ହିସାବରେ ଅନୁଗୁଳରେ ୪୯, ବାଲେଶ୍ୱରରେ ୨୮, ବରଗଡ଼ରେ ୧୫୬, ଭଦ୍ରକରେ ୫୧, ବଲାଙ୍ଗୀର ୯୨, ବୌଦ୍ଧରେ ୭, କଟକରେ ୧୪୦, ଦେବଗଡ଼ରେ ୨୧, ଢେଙ୍କାନାଳରେ ୧, ଗଜପତିରେ ୬୭, ଗଞ୍ଜାମରେ ୪୪, ଜଗତସିଂହପୁରରେ ୧୮, ଯାଜପୁରରେ ୭୬, ଝାରସୁଗୁଡ଼ାରେ ୧୧୯, କଳାହାଣ୍ଡିରେ ୫୩, କନ୍ଧମାଳରେ ୧୩, କେନ୍ଦ୍ରାପଡ଼ାରେ ୧୫, କେନ୍ଦୁଝରରେ ୧୨୮, କୋରାପୁଟରେ ୧୮, ମାଲକାନଗିରିରେ ୪, ମୟୂରଭଞ୍ଜରେ ୬୮, ନବରଙ୍ଗପୁରରେ ୯୬, ନୟାଗଡ଼ରେ ୨୯, ନୂଆପଡ଼ାରେ ୩୯୫, ପୁରୀରେ ୧୨୯, ରାୟଗଡ଼ାରେ ୪୪, ସମ୍ବଲପୁରରେ ୧୪୯, ସୋନପୁର ୪, ଓ ଷ୍ଟେଟ୍ ପୁଲରୁ ୧୧୦ଜଣ ସଂକ୍ରମିତ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩, ୬୪,୫୯୪ ଥିବା ବେଳେ ସୁସ୍ଥ ହେଲେଣି ୩,୪୩,୫୨୨। ରାଜ୍ୟରେ ଏବେ ବି ୧୯୦୭୭ଟି ସକ୍ରିୟ ମାମଲା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe