କନକ ବ୍ୟୁରୋ: ବଦଳିଲା ପରମ୍ପରା । ରାଜ୍ୟ ଅତିଥି ଭବନ ପାଲଟିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଉ ଅବାଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ଅଫିସର ଏବଂ ନେତା । ପୁରୀରୁ ଫେରିବା ପରେ ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ନଗର ଉନ୍ନୟନ ସଚିବ ଜି. ମାଥିଭାଥନନଙ୍କ ସହ ଆଲୋଚନା କରୁଛନ୍ତି । ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପରେ ଅନ୍ୟ ବିଭାଗର ସଚିବଙ୍କୁ ଡାକିପାରନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି ।