କନକ ବ୍ୟୁରୋ : ପ୍ରକାଶ ପାଇଲା ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ । ଅଫଲାଇନ ପରୀକ୍ଷାରେ ୫୨୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଯେଉଁଥିରେ ୩୧୦୦ ଛାତ୍ର ଓ ୨୧୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୮୦.୮୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୧୪୧ ଜଣ ଛାତ୍ରଛାତ୍ରୀ ଫେଲ୍ ହୋଇଛନ୍ତି । ଫେଲ ହୋଇଥିବା ଛାତ୍ରଛାତ୍ରୀ କିଛି ବିଷୟରେ ପରୀକ୍ଷା ଦେଇଥିବା ବେଳେ କିଛି ପରୀକ୍ଷାରେ ଅନୁପସ୍ଥିତ ରହିଥିଲେ । ତେବେ କରୋନା କାଳରେ ପରୀକ୍ଷା ହୋଇଥିବାରୁ ବିଭିନ୍ନ କାରଣ ପାଇଁ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିନାହାନ୍ତି । ତେଣୁ ଅନୁପସ୍ଥିତ ହୋଇ ଫେଲ ହୋଇଥିବା ଛାତ୍ରଛାତ୍ରୀ ପୂର୍ବରୁ ଯେଉଁ ନମ୍ବର ରଖିଥିଲେ ସେହି ନମ୍ବର ଗ୍ରହଣ କରାଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।
ଅଫଲାଇନ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୨୭୧ ଜଣଙ୍କ ନମ୍ବର ବଢିଥିବା ବେଳେ ୪୫୯ ଜଣଙ୍କର ନମ୍ବର କମିଛି । ତେବେ ଅଫଲାଇନ ପରୀକ୍ଷା ନମ୍ବରକୁ ନେଇ କୌଣସି ଦ୍ୱନ୍ଦ୍ୱ ଥିଲେ ରି-ଚେକିଂ ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ସେପ୍ଟେମ୍ବର ୮ ସୁଦ୍ଧା ରି-ଚେକିଂ ପାଇଁ ଆବେଦନ କରିପାରିବେ ବୋଲି କହିଛି ବୋର୍ଡ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/08/matric-exam-results.jpg)