ପ୍ରକାଶ ପାଇଲା ଓଜେଏସ ପରୀକ୍ଷାଫଳ: ପୁଣି ପୁଅଙ୍କୁ ଟପିଲେ ଝିଅ, ପ୍ରଥମ ଦଶଜଣଙ୍କ ମଧ୍ୟରେ ୮ ଜଣ ମହିଳା

264

କନକ ବ୍ୟୁରୋ: ଓଡିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଜେଏସ ପରୀକ୍ଷାଫଳ ଆଜି ପ୍ରକାଶ ପାଇଛି । ଏଥିପେ ପୁଅଙ୍କ ଅପେକ୍ଷା ଝିଅ ଭଲ କରିଛନ୍ତି । ପରୀକ୍ଷାରେ ମୋଟ ୫୫ ଜଣ ପାସ କରିଛନ୍ତି । ପ୍ରଥମ ଦଶଜଣଙ୍କ ମଧ୍ୟରେ ୮ ଜଣ ମହିଳା ଅଛନ୍ତି । ସୁଶ୍ରିତା ମିଶ୍ର ଟପ୍ପର ହୋଇଛନ୍ତି । ନିଲିଶା ପଟ୍ଟନାୟକ ଦ୍ୱିତୀୟ ହୋଇଥିବାବେଳେ ଅନନ୍ୟା ମିଶ୍ର ତୃତୀୟ ସ୍ଥାନରେ ଅଛନ୍ତି । ଚତୁର୍ଥ ସ୍ଥାନରେ ରାଣୀ ରଂଜିତା ପଟ୍ଟନାୟକ, ପଂଚମ ସ୍ଥାନରେ ଲୋପାମୁଦ୍ରା ଆଚାର୍ଯ୍ୟ, ଷଷ୍ଠ ସ୍ଥାନରେ ହର୍ଷିତା ମିଶ୍ର, ସପ୍ତମ ସ୍ଥାନରେ ପ୍ରଜ୍ଞା ସୁମନ ମହାପାତ୍ର ଓ ଅଷ୍ଟମ ସ୍ଥାନରେ ଏସ,ଆର.ତୋଷାଳୀ । ମୋଟ ପାସ କରଥିବା ପରୀକ୍ଷାର୍ଥୀ ମଧ୍ୟରୁ ୩୯ ଜଣ ଝିଅ ଅଛନ୍ତି । ଓଡିଶା ଲୋକସେବା ଆୟୋଗ ପକ୍ଷରୁ ୫୭ଟି ଓଜେଏସ ପଦ ପାଇଁ ମେ ୨୧ ତାରିଖରେ ପ୍ରିଲିମନାରୀ ପରୀକ୍ଷା ହୋଇଥିଲା ।