କନକ ବ୍ୟୁରୋ : ଆସନ୍ତା ୧୮ତାରିଖରୁ ଓଡ଼ିଶାରେ ବଢ଼ିବ ବର୍ଷା। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି।
/kanak/media/post_attachments/wp-content/uploads/2019/07/rain-7.jpg)