ରାଜ୍ୟରେ ଆସନ୍ତା ୧୮ ରୁ ବଢିପାରେ ବର୍ଷା ! ବଜ୍ରପାତ ହେବାର ପୂର୍ବାନୁମାନ କଲା ପାଣିପାଗ ବିଭାଗ

Advertisment
ଲଘୁଚାପ ଆଣୁଛି ବଡ ବର୍ଷା : ୫ ଜିଲ୍ଲାରେ ପ୍ରବଳ ଛେଚିବ
କନକ ବ୍ୟୁରୋ : ଆସନ୍ତା ୧୮ତାରିଖରୁ ଓଡ଼ିଶାରେ ବଢ଼ିବ ବର୍ଷା। ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ସମୟ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ସାମାନ୍ୟ ବର୍ଷା ଲାଗିରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଆହୁରି ଆକଳନ କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗୀର, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, ଖୋର୍ଧା, ପୁରୀ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି।
publive-image୧୬ ତାରିଖ ଦିନ ଉତ୍ତର-କେନ୍ଦ୍ରୀୟ ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହୋଇପାରେ। ୧୭ ତାରିଖରେ ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଗତ ୧୨ ଘଣ୍ଟା ଭିତରେ କେବଳ ମାଲକାନଗିରିରେ ୧.୬ ମିମି ବର୍ଷା ହୋଇଛି। ଆଉ କୌଣସି ସ୍ଥାନରେ ବର୍ଷା ହୋଇ ନଥିବା ବେଳେ ଉପକୂଳ ଓଡ଼ିଶାରେ ତାପମାତ୍ରା ବଢ଼ିଛି।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe