କନକ ବ୍ୟୁରୋ: ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକଙ୍କ ପରେ ଭଦ୍ରକ ସାଂସଦଙ୍କୁ କରୋନା । ସାଂସଦ ମଂଜୁଲତା ମଣ୍ଡଳ ଭୂତାଣୁ ସଂକ୍ରମିତ ହୋଇଥିବା ନେଇ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି । ଏହାସହ ସେ ଲେଖିଛନ୍ତି, ସେ ବର୍ତମାନ ସୁସ୍ଥ ଅଛନ୍ତି । ଏବଂ ଘରେ ରହି ଚିକିତ୍ସିତ ହେଉଛନ୍ତି । ଗତ କିଛି ଦିନ ଭିତରେ ସାଂସଦଙ୍କ ସଂସ୍ପର୍ଷରେ ଆସିଥିବା ବ୍ୟକ୍ତିମାନେ ସଂଗରୋଧରେ ରହିବା ସହ କରୋନା ପରୀକ୍ଷା କରାଇବା ପାଇଁ ପରାମର୍ଶ ଦେଇଛନ୍ତି ସାଂସଦ ମଂଜୁଲତା ମଣ୍ଡଳ । ସାଂସଦଙ୍କ ସ୍ୱାମୀ ମୁକ୍ତିକାନ୍ତ ମଣ୍ଡଳ ମଧ୍ୟ କରୋନା ପଜିଟିଭ । ପୂର୍ବରୁ ବରଗଡ ସାଂସଦ ସୁରେଶ ପୂଜାରୀ ଏବଂ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସମେତ ୭ ଜଣ ବିଧାୟକ କରୋନା ସଂକ୍ରମିତ ହୋଇଛନ୍ତି ।
କରୋନାର ପ୍ରାରମ୍ଭିକ ଲକ୍ଷଣ ପାଇବା ପରେ,ମୁଁ ନିଜର ପରୀକ୍ଷା କରାଇଲି ଏବଂ ରିପୋର୍ଟ ପଜିଟିଭ୍ ଆସିଲା।ମୋ ସ୍ୱାସ୍ଥ୍ୟ ଭଲ ଏବଂ ସ୍ଥିର ଅଛି ଏବଂ ହୋମ୍ କ୍ୱାରାଣ୍ଟାଇନରେ ଅଛି।ମୁଁ ଅନୁରୋଧ କରୁଛି,ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ ଏବଂ ସଂସ୍ପର୍ଶରେ ଆସିଛନ୍ତି,ଦୟାକରି ନିଜକୁ ଅଲଗା ରଖନ୍ତୁ ଓ ନିଜର ପରୀକ୍ଷା କରାଇ ନିୟନ୍ତୁ।
— Manjulata Mandal (@manjulatamandal) August 22, 2020
ଏହାପୂର୍ବରୁ ବରଗଡ଼ ସାଂସଦ ସୁରେଶ ପୂଜାରୀ ମଧ୍ୟ କରୋନା ସଂକ୍ରମିତ ହୋଇଥିଲେ। ସେ ଡାକ୍ତରଙ୍କ ପରାମର୍ଶ କ୍ରମେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/08/23-20.jpg)