ଜାତୀୟ କ୍ରୀଡା ଦିବସରେ ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କୁ ମିଳିଲା ଅର୍ଜୁନ ପୁରସ୍କାର । ଭିସି ମାଧ୍ୟମରେ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
ଆଜି ଜାତୀୟ କ୍ରୀଡ଼ା ଦିବସ ଅବସରରେ ବିଭିନ୍ନ କ୍ରୀଡ଼ାବିତମାନଙ୍କୁ ସମ୍ମାନିତ କରାଯାଇଛି । କୋଭିଡ୍-୧୯ ମହାମାରୀ ହେତୁ ଚଳିତ ବର୍ଷର ଜାତୀୟ କ୍ରୀଡା ପୁରସ୍କାର ବିତରଣ ଉତ୍ସବ ଅନଲାଇନ କରାଯାଇଥିଲା । ପୁରସ୍କାର ବିଜେତାମାନେ ଭାରତ ଦ୍ୱାରା ନିର୍ମିତ ୯ଟି କ୍ରୀଡ଼ା ପ୍ରାଧିକରଣରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସହିତ ଯୋଡ଼ି ହୋଇଥିଲେ | ବିଜେତାମାନେ ନିଜ ନିଜ ସ୍ଥାନରୁ ଲଗ ଇନ୍ କରି ଏହି ଉତ୍ସବରେ ଭାଗ ନେଇଥିଲେ। ତେବେ ଜାତୀୟ କ୍ରୀଡା ଦିବସ ଅବସରରେ ଦୌଡ଼ରାଣୀ ଦୂତୀ ଚାନ୍ଦଙ୍କୁ ଅଜୁର୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି ।
Kanak News is now on WhatsApp
Join and get latest news updates delivered to you via WhatsApp
Watch LIVE as President Kovind virtually confers the National Sports and Adventure Awards 2020 https://t.co/o6UZbvsYjl
— President of India (@rashtrapatibhvn) August 29, 2020
ଦୂତୀ ଚାନ୍ଦଙ୍କ ସହ ଅତନୁ ଦାସ (ତୀରନ୍ଦାଜ), ସତୀଶ ସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଚନ୍ଦ୍ରଶେଖର ରେଡ୍ଡୀ (ବ୍ୟାଡମିଣ୍ଟନ), ବିଶେଷ ଭୃଗୁବଂଶୀ ( ବାସ୍କେଟବଲ), ସୁବେଦାର ମାନିସ କୌଶିକ (ବକ୍ସିଂ), ଲୋଭିନା ବରଗୋହେନ( ବକ୍ସିଂ), ଇଶାନ୍ତ ଶର୍ମା (କ୍ରିକେଟ), ଦିପ୍ତି ଶର୍ମା (କ୍ରିକେଟ), ସାଓ୍ଵନ୍ତ ଅଜୟ ଅନନ୍ତ ( ଅଶ୍ୱାରୋହଣ), ସଂଦେଶ ଝିଙ୍ଗନ(ଫୁଟବଲ), ଅଦିତି ଅଶୋକ ( ଗଲ୍ଫ), ଅକାଶଦୀପ ସିଂ ଓ ଦୀପିକା (ହକି), ଦୀପକ (କବାଡି), କାଲେ ସୁଧାକର ( ଖୋ ଖୋ), ଦତ୍ତୁ ବାବନ ଭୋକାନାଲ( ନୌଚାଳନା), ମାନୁ ଭାସ୍କର ଓ ସୌରଭ ଚୌଧୁରୀ ( ବନ୍ଧୁକ ଚାଳନା), ମଧୁରିକା ସୁହାସ ପାଟକର (ଟେବୁଲ ଟେନିସ), ଦିଭିଜ ସରନ (ଟେନିସ), ସିୟା କେଶବନ୍ (ଶୀତକାଳୀନ କ୍ରୀଡା), ଦିବ୍ୟା କକରନ ଓ ରାହୁଲ ଆବାରେ (କୁସ୍ତି), ସୁୟାଂଶ ନାରାୟଣ ଯାଦବ (ପାରା ସନ୍ତରଣ), ସନ୍ଦିପ (ପାରା ଅଥଲେଟିକ୍ସ) ଏବଂ ମନୀଷ ନରଓ୍ଵାଲ ( ପାରା ସୁଟିଂ)ଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି।
ଅର୍ଜୁନ ପୁରସ୍କାର ସହ କ୍ରୀଡ଼ାବିତମାନଙ୍କୁ ରାଜୀବ ଗାନ୍ଧି ଖେଳରତ୍ନ, ଦ୍ରୋଣାଚାର୍ଯ୍ୟ ପୁରସ୍କାର ଓ ଧ୍ୟାନଚାନ୍ଦ ପୁରସ୍କାର ମଧ୍ୟ ଦିଆଯାଇଛି। ଏଥର ୫ ଜଣ କ୍ରୀଡ଼ାବିତଙ୍କ ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦିଆଯାଇଛି । ସେ ମଧ୍ୟରେ ରହିଛନ୍ତି କ୍ରିକେଟ ଖେଳାଳି ରୋହିତ ଶର୍ମା, ପାରା ଅଥଲେଟ ମାରିୟପ୍ପାନ ଟି., ଟେବୁଲ ଟେନିସ ଖେଳାଳି ମଣିକା ବାତ୍ରା, ରେସଲର ବିନେଶ ଫୋଗଟ, ହକି ଖେଳାଳି ରାନି।