୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି : ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ; ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା

Advertisment
୨୧ରୁ ଓଡ଼ିଶାରେ ବର୍ଷା : ଘନ କୁହୁଡ଼ି ହେବାର ଆଶଙ୍କା, ୟେଲୋ ୱାର୍ଣ୍ଣିଂ ଜାରି

କନକ ବ୍ୟୁରୋ : ୧୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୦ତାରିଖ ଭିତରେ ଏହା ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି । ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୧୯ରୁ ୨୧ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରାଯାଇଛି । ଏ ନେଇ  ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାର ୨୪ ଘଣ୍ଟା ଭିତରେ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆହୁରି ସ୍ପଷ୍ଟ ଚିହ୍ନିତ ଚିହ୍ନିତ ‌ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଦକ୍ଷିଣ ଓ ଉତ୍ତର ଉପକୂଳ ଓଡ଼ିଶା‌ରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି । ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ଏହି ସମୟରେ ସମୁଦ୍ରକୂଳିଆ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେଣୁ ୧୯ ଓ ୨୦ ତାରିଖରେ ସମୁଦ୍ର ଭିତରକୁ ଯିବାକୁ ମତ୍ସଜୀବୀମାନଙ୍କୁ ବାରଣ କରିଛି କେନ୍ଦ୍ର।

ସେହିପରି ୨୦ ତାରିଖ ଦିନ କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଆ‌ଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଯୋଗୁଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସେହିଦିନ ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ। କାଁଭାଁ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe