କନକ ବ୍ୟୁରୋ : ୧୭ରେ ନବୀନଙ୍କ ସହ ଆଲୋଚନା କରିବେ ମୋଦି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅପରାହ୍ନ ୩ଟା ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ କୋଭିଡ୍ ମୁକାବିଲା, ରଣନୀତି ଓ ଅନଲକ୍ ୧.୦ ନେଇ ଆଲୋଚନା ହେବାର ସମ୍ଭାବନା ରହିଛି ।

Advertisment

ଖାଲି ନବୀନ ନୁହନ୍ତି, ସେହିଦିନ ପ୍ରଧାନମନ୍ତ୍ରୀ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ଅଂଚଳର ମୁଖ୍ୟଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାପୂର୍ବ ଦିନ ଅର୍ଥାତ ୧୬ ତାରିଖରେ ୨୧ ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ମୁଖ୍ୟଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।