ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ୫୬ରେ ପହଁଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା; ଚିକିତ୍ସିତ ହେଉଛନ୍ତି ୩୭ ଜଣ

Advertisment
ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ । ଆକ୍ରାନ୍ତ ଜଣଙ୍କ ସୁନ୍ଦରଗଡ ଜିଲ୍ଲାର ସୂଚନା । ସୁନ୍ଦରଗଡରେ ୧୧ ଏବଂ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି

କନକ ବ୍ୟୁରୋ: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ୫୬ରେ ପହଂଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚିକିତ୍ସିତ ହେଉଛନ୍ତି ୩୭ ଜଣ । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଓ୍ବେବସାଇଟରୁ ଏହି ସୂଚନା ମିଳିଛି। ତେବେ ସେ କେଉଁ ଅଞ୍ଚଳର ତାହା ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

publive-image

ଅନ୍ୟପଟେ ରାଜ୍ୟରେ କରୋନା ବିରୋଧୀ ଲଢ଼େଇରେ ଏକ ଭଲ ଖବର । ଆଉ ୫ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସୋମବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ସୁସ୍ଥ ହୋଇଥିବା ୫ ଜଣ ଯାକ ଭୁବନେଶ୍ୱରର । ପୂର୍ବରୁ ୧୩ ଜଣ ସୁସ୍ଥ ହୋଇଥିବା ବେଳେ ଏହି ୫ ଜଣଙ୍କୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ୍ ୧୮ ଜଣ ସୁସ୍ଥ ହୋଇଛନ୍ତି ।

publive-image

ସେହିପରି ରାଜ୍ୟରେ ଏବେ ୩୬ ଜଣ ସକ୍ରିୟ ସଂକ୍ରମିତଙ୍କ ଚିକିତ୍ସା ଚାଲିଛି । ରାଜ୍ୟରେ ମୋଟ୍ ୫୫ ଜଣ କରୋନା ଆକ୍ରାନ୍ତ ଏପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ବେଳେ ୧୮ ଜଣ ସୁସ୍ଥ ହୋଇଛନ୍ତି, ୩୬ ଜଣଙ୍କର ଏବେ ଚିକିତ୍ସା ଚାଲିଛି । ପୂର୍ବରୁ କରୋନାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe