କନକ ବ୍ୟୁରୋ : ଚିନ୍ତା ବଢାଉଛି କରୋନାର ନୂଆ ଭ୍ୟାରିଆଣ୍ଟ ଜେଏନ ଡଟ୍ ୱାନ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ଜଣେ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଛି । ଆଜିର ସଂକ୍ରମିତଙ୍କୁ ମିଶାଇ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଭାରତ ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରରେ ସଂକ୍ରମଣ ବଢିବା ସାଙ୍ଗକୁ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା ।
ଆଗକୁ ନୂଆବର୍ଷ ଆସୁଥିବା ବେଳେ ଜନସମାଗମ ଯୋଗୁ ସଂକ୍ରମଣ ଦ୍ରୁତ ବେଗରେ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି । ଦକ୍ଷିଣ ଭାରତୀୟ ରାଜ୍ୟ କର୍ଣ୍ଣାଟକ, ତାମିଲନାଡୁ, କେରଳ ସମେତ ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବା ଦେଖିବାକୁ ମିଳୁଛି । ଦେଶରେ ବଢୁଥିବା ସଂକ୍ରମଣକୁ ନେଇ କେନ୍ଦ୍ର ସରକାର ପ୍ରସ୍ତୁତ ରହିଥିବା ବେଳେ ଲୋକଙ୍କୁ ଭୟଭୀତ ନହୋଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରାଇନେବାକୁ ବିଶେଷଜ୍ଞ ମାନେ ପରାମର୍ଶ ଦେଉଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/12/14-22.jpg)