କନକ ବ୍ୟୁରୋ : ଭାରତର ଅପରେସନ୍ ଅଜୟ ମାଧ୍ୟମରେ ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ । ସ୍ୱତନ୍ତ୍ର ବିମାନ ଯୋଗେ ତେଲ ଅବିବ୍ରୁ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଂଚିଲେ ଭାରତୀୟ । ଦିଲ୍ଲୀ ବିମାନ ବନ୍ଦରରେ ସ୍ୱାଗତ କଲେ କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର । ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଭିତରେ ୧୮ହଜାର ଭାରତୀୟ ଫସି ରହିଛନ୍ତି । ସବୁ ଭାରତୀୟଙ୍କୁ ସୁରକ୍ଷିତ ସ୍ୱଦେଶ ଆଣିବା ପାଇଁ କେନ୍ଦ୍ର ସରକାର ଅପରେସନ୍ ଅଜୟର ଶୁଭାରମ୍ଭ କରିଛନ୍ତି ।

Advertisment

ଗୁରୁବାର ରାତିରେ ୨୧୨ ଜଣ ଭାରତୀୟ ବେନ୍ ଗୁରିୟନ ବିମାନବନ୍ଦରରୁ ବାହାରିଥିଲେ । ଆଜି ସକାଳେ ସମସ୍ତେ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଞ୍ଚଛନ୍ତି । ଏଠାରେ ପହଞ୍ଚିବା ପରେ ଭାରତୀୟମାନେ ସେଠାକାର ଅନୁଭୂତି ବର୍ଣ୍ଣନା । ଯୁଦ୍ଧ ଭିତରେ କେମିତି ଓ କେଉଁଠି ରହୁଥିଲେ, ସେସବୁ କହିଛନ୍ତି । ଏହାସହ ଅପରେସନ୍ ଅଜୟକୁ ଖୁବ୍ ପ୍ରଶଂସା କରିଛନ୍ତି ପ୍ରଥମ ପର୍ଯ୍ୟାୟରେ ଇସ୍ରାଏଲରୁ ଆସିଥିବା ଭାରତୀୟ ।