ପ୍ରବଳ ବର୍ଷାଇବ ପଶ୍ଚିମା ଝଡ଼ । ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

3,657

କନକ ବ୍ୟୁରୋ: ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ପାଣିପାଗରେ ଆସିଛି ପରିବର୍ତ୍ତନ । ଏହା ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ଜାରି ରହିଛି । ଏପରିକି କେତେକ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୯ ତାରିଖ ପାଇଁ କେତେକ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୦ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ଅନଗୁଳ ଜିଳ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ବାଲେଶ୍ୱରରେ ପ୍ରବଳ ବର୍ଷା ଯୋଗୁଁ ରାସ୍ତା ଉପରେ ଭାଙ୍ଗି ପଡ଼ିଛି ବଡ଼ ବଡ଼ ଗଛ ।