ତତଲା ତାୱାରେ ଫୁଟୁଛି ଓଡ଼ିଶା, ବିଭିନ୍ନ ଜିଲ୍ଲା ପାଇଁ ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ । ୨ ଦିନ କାଳବୈଶାଖୀ ସମ୍ଭାବନା ।

Advertisment
ତତଲା ତାୱାରେ ଫୁଟୁଛି ଓଡ଼ିଶା, ବିଭିନ୍ନ ଜିଲ୍ଲା ପାଇଁ ଜାରି ହେଲା ଅରେଞ୍ଜ ୱାର୍ଣ୍ଣିଂ । ୨ ଦିନ କାଳବୈଶାଖୀ ସମ୍ଭାବନା ।

କନକ ବ୍ୟୁରୋ : ଆସନ୍ତା ୪ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି  ଭୁବନେଶ୍ୱର ପାଣିପାଗ କେନ୍ଦ୍ର କିଛି ଜିଲ୍ଲାକୁ ଅରେଞ୍ଜ  ୱାର୍ଣ୍ଣିଂ ଜାରି କରିଛି। ଏଥିସହିତ କାଳବୈଶାଖୀ ଓ ବଜ୍ରପାତ ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା ଏପ୍ରିଲ ୧ ତାରିଖ ଯାଏଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ, କାନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲା‌କୁ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏପ୍ରିଲ ୧ରୁ ୨ ତାରିଖ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଧା, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ରହିଛି।

ତେବେ ଗ୍ରୀଷ୍ମପ୍ରବାହ ଦୁର୍ବଳ ଲୋକ, ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପାଇଁ ଚିନ୍ତାଜନକ ରହିଛି। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି । ଏଥିସହିତ ଉପଯୁକ୍ତ ପାଣି ପିଇବା ସହିତ ଶରୀରକୁ ହାଇଡ୍ରେଟ ରଖିବାକୁ ହେବ। ଯଦି ଏହି ସମୟ ଭିତରେ ଜରୁରୀ ଆବଶ୍ୟକ ପଡ଼େ ଆଉ ବାହାରକୁ ଯିବାକୁ ହୁଏ ତେବେ ମୁଣ୍ଡରେ ଓଦା କନା ସହିତ ସାଙ୍ଗ‌ରେ ପାଣିବୋତଲ ଧରି ଯାଆନ୍ତୁ।

ଏଥିସହିତ ୨ରୁ ୪ ତାରିଖ ମଧ୍ୟରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ପୁରୀ, ଖୋର୍ଧା, ନୟାଗଡ଼, ଜଗତସିଂହପୁର, କଟକ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଆଦି ଜିଲ୍ଲା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe