କାଲି ସୁଦ୍ଧା ସତର୍କ ରୁହ, ପ୍ରବଳ ଛେଚିବ! ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାରେ ଅରେଞ୍ଜ ୱାର୍ଣ୍ଣିଂ, କାଳବୈଶାଖୀ ସହ ୧୨ ଜିଲ୍ଲାକୁ ବଜ୍ରପାତ ବିପଦ  । 

34,775

କନକ ବ୍ୟୁରୋ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷିବ । ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଲା ଆଞ୍ଚଳିକ ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ମଧ୍ୟରେ ରହିଛି, ଯାଜପୁର, ସୋନପୁର, ସମ୍ବଲପୁର, ଭଦ୍ରକ ଏବଂ ବରଗଡ଼ ।

ଅନ୍ୟପଟେ ଆସନ୍ତାକାଲି ସୁଦ୍ଧା ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରାଇଛି ପାଣିପାଗ କେନ୍ଦ୍ର । ସେଗୁଡ଼ିକ ମଧ୍ୟରେ ରହିଛି-; କଟକ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଏବଂ କଳାହାଣ୍ଡି ଭଳି ଜିଲ୍ଲା ଗୁଡ଼ିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆ ବର୍ଷା ହେବାର ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ।