କନକ ବ୍ୟୁରୋ : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ରାଜ୍ୟର ୭ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା ଗଞ୍ଜାମ, ନୟାଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, କଟକ ଓ ଅନୁଗୁଳ । ଏହାଛଡା ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ଗଜପତି, କୋରାପୁଟ, ରାୟଗଡା ନବରଙ୍ଗପୁର, ସମ୍ବଲପୁର ଓ ଦେବଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୩ ତାରିଖ ଦିନ ମଧ୍ୟ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ଆଶଙ୍କା ରହିଛି ।