ଆଜି ପାଇଁ ବି ବର୍ଷା, ଘଡଘଡି ଚେତାବନୀ । ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

1,711

କନକ ବ୍ୟୁରୋ: ରାଜ୍ୟରେ କାଳବୈଶାଖୀର ପ୍ରଭାବ । ତୁହାକୁ ତୁହା ବର୍ଷା । ଆଜି ପାଇଁ ବିି ଘଡଘଡି ସହ ବିଜୁଳି ଓ ବର୍ଷାର ଚେତାବନୀ ଦେଇଛି ପାଣିପାଗ ବିଭାଗ । ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ. ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଓ ପୁରୀ । ସେହିଭଳି ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ହେଲା ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ ଓ ନୟାଗଡ । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଚେତାବନୀ ବି ଦିଆଯାଇଛି । ସେହିଭଳି କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।