କନକ ବ୍ୟୁରୋ: ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ପାଇଖାନା ଟାଙ୍କି ସଫା ବେଳେ ମୃତ୍ୟୁ ହେଲେ ମୃତକଙ୍କ ପରିବାରକୁ କ୍ଷତିପୂରଣ ୩୦ ଲକ୍ଷ ଦେବାକୁ ଦେଇଛନ୍ତି ନିର୍ଦ୍ଦେଶ । ଦେଶର ନର୍ଦ୍ଦମା ସୁଡ଼ଙ୍ଗ ଏବଂ ପାଇଖାନା ଟାଙ୍କି ସଫା ବେଳେ ଅନେକ ଲୋକଙ୍କ ମୃତ୍ୟୁ ହେବା ଘଟଣାରେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି ସବୋର୍ଚ୍ଚ ନ୍ୟାୟଳୟ । ଏସଂକ୍ରାନ୍ତରେ ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଗୁରୁତ୍ୱପ୍ରୂ୍ଣ ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟ କହିଛନ୍ତି, ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫା କରିବା ସମୟରେ ଯେଉଁମାନଙ୍କର ମୃତ୍ୟୁ ହେଉଛି ସେମାନଙ୍କ ପରିବାର ସଦସ୍ୟଙ୍କୁ ସରକାର ୩୦ ଲକ୍ଷ ଟଙ୍କା କ୍ଷତିପୁରଣ ଦେବାକୁ ପଡ଼ିବ । ଜଷ୍ଟିସ ଏସ ରବିନ୍ଦ୍ର ଭଟ୍ଟ ଏବଂ ଜଷ୍ଟିସ ଅରବିନ୍ଦ କୁମାରଙ୍କ ଖଣ୍ଡପୀଠ ଏହି ରାୟ ପ୍ରକାଶ କରିଛନ୍ତି । ଏହା ସହ ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫା ସମୟରେ ଯଦି ଜଣେ ବ୍ୟକ୍ତି ସଂପୂର୍ଣ୍ଣ ଭାବେ ବିକଳାଙ୍ଗ ହୋଇଯାଆନ୍ତି ତେବେ ତାଙ୍କୁ ଅତି କମ୍ରେ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ମିଳିବ । ଗତ ୫ ବର୍ଷ ଭିତରେ ନର୍ଦ୍ଦମା ଏବଂ ପାଇଖାନା ଟାଙ୍କି ସଫା ସମୟରେ ୩୪୭ ଲୋକଙ୍କ ମୃତ୍ୟୁ ହୋଇଛି । ଉତରପ୍ରଦେଶ, ତାମିଲନାଡ଼ୁ ଏବଂ ଦିଲ୍ଲୀରେ ସର୍ବାଧିକ ୪୦ ପ୍ରତିଶତ ଲୋକଭ୍କ ମୃତ୍ୟୁ ହୋଇଛି । ୨୦୨୨ ଜୁଲାଇରେ ସରକାର ଳୋକସଭାରେ ରଖିଥିବା ତଥ୍ୟରୁ ଏହା ଜଣାପଡ଼ିଛି ।