ଆଜି ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ୍ ମହମ୍ମଦ ରଫିକ୍: ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ଥିଲେ ଜଷ୍ଟିସ୍ ମହମ୍ମଦ ରଫିକ

ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ରଙ୍କ ଅବସର ପରେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଳାଉଛନ୍ତି ଜଷ୍ଟିସ୍ ସଂଜୁ ପଣ୍ଡା

203

କନକ ବ୍ୟୁରୋ: ଆଜି ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଜଷ୍ଟିସ୍ ମହମ୍ମଦ ରଫିକ୍ । ସକାଳ ୯ଟାରେ ଜଷ୍ଟିସ୍ ମହମ୍ମଦ ରଫିକ୍ ଶପଥ ଗ୍ରହଣ କରିବାର କାର୍ଯ୍ୟସୂଚୀ ରହିଛି । ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଦାୟିତ୍ୱରେ ଥିଲେ ଜଷ୍ଟିସ୍ ମହମ୍ମଦ ରଫିକ୍ । ଜଷ୍ଟିସ୍ କଳ୍ପେଶ ସତ୍ୟେନ୍ଦ୍ର ଝାଭେରୀଙ୍କ ଅବସର ପରେ ୨୦୧୯ ଜାନୁୟାରୀ ୫ ତାରିଖରୁ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ସଂଜୁ ପଣ୍ଡା ଦାୟିତ୍ୱ ତୁଳାଉଛନ୍ତି । ଜଷ୍ଟିସ୍ ମହମ୍ମଦ ରଫିକ୍ ୨୦୧୯ ନଭେମ୍ବର ୧୩ ତାରିଖରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ ।

ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଏପ୍ରିଲ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏପ୍ରିଲ ୧୮ ତାରିଖରେ ସୁପ୍ରିମକୋର୍ଟ କଲେଜିୟମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ତାଙ୍କ ନାମ ସୁପାରିସ କରିଥିଲା। ଏହାପରେ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ମିଳିବା ପରେ ଏ ସଂପର୍କିତ ବିଜ୍ଞପ୍ତି କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ପ୍ରକାଶ ପାଇଥିଲା।

ଜଷ୍ଟିସ ରଫିକ୍ ୧୯୬୦, ମେ୨୫ରେ ସେ ରାଜସ୍ଥାନର ଚୁରୁ ଜିଲ୍ଲାର ସୁଜନଗଡରେ ଜନ୍ମଗ୍ରହଣ କରିଥିଲେ। ୨୦୦୬, ମେ ୧୫ରେ ସେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ରାଜସ୍ଥାନ ହାଇକୋର୍ଟରେ ବିଚାରପତି ଭାବେ ନିଜ କାର୍ଯ୍ୟକାଳ ଭିତରେ ସେ ଦୁଇ ଥର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୧୯, ଏପ୍ରିଲ ୭ରୁ ମେ ୪ ଓ ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୫ ପର୍ଯ୍ୟନ୍ତ ସେ ରାଜସ୍ଥାନ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ନିର୍ବାହ କରିଥିଲେ। ୨୦୧୯, ନଭେମ୍ବର ୧୩ରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସେ ଶପଥ ଗ୍ରହଣ କରିଥିଲେ।