ବହୁ ଚର୍ଚ୍ଚିତ ହନିଟ୍ରାପ ମାମଲାରେ ଅର୍ଚ୍ଚନା ନାଗଙ୍କୁ ଆଶ୍ୱସ୍ତି । ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ୍

ବହୁ ଚର୍ଚ୍ଚିତ ହନିଟ୍ରାପ ମାମଲାରେ ଅର୍ଚ୍ଚନା ନାଗଙ୍କୁ ଆଶ୍ୱସ୍ତି । ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ୍

କନକ ବ୍ୟୁରୋ : ଅର୍ଚ୍ଚନା ନାଗଙ୍କୁ ବଡ଼ ଆଶ୍ୱସ୍ତି । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ମିଳିଛି ଜାମିନ୍ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ମିଳିସାରିଛି । ସମସ୍ତ ୩ଟି ମାମମଲାରେ ଜାମିନ୍ ମିଳିଥିବାରୁ ଖୁବଶୀଘ୍ର ଅର୍ଚ୍ଚନା ନାଗ ଜେଲକୁ ମୁକୁଳିପାରନ୍ତି । ପୂର୍ବରୁ ନୟାପଲ୍ଲୀ ଥାନା ମାମଲା ଓ ଖଣ୍ଡଗିରି ଥାନା ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ ହାଇକୋର୍ଟ ।

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତିର ମାଲି ହୋଇଥିବା ଅଭିଯୋଗ ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe