ଆଇଏଏସ ବିଜୟ କେତନଙ୍କୁ ମିଳିଲା ବେଲ୍ । ଜାମିନ ମଞ୍ଜୁର କଲେ ହାଇକୋର୍ଟ । ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇଥିଲେ ବିଜୟ

254

କନକ ବ୍ୟୁରୋ: ଆଇଏଏସ ବିଜୟ କେତନଙ୍କୁ ମିଳିଲା ବେଲ୍ । ଜାମିନ ମଞ୍ଜୁର କଲେ ହାଇକୋର୍ଟ । ଏହା ସହିତ ତଳ କୋର୍ଟ ସର୍ତ ସ୍ଥିର କରିବେ ବୋଲି କହିଛନ୍ତି କୋର୍ଟ । ଭିଜିଲାନ୍ସ କୋର୍ଟରୁ ଜାମିନ ନମିଳିବା ପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବିଜୟ କେତନ । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଂଚ ନେବା ଅଭିଯୋଗରେ ଭିଜିଲାନ୍ସ ବିଜୟ କେତନଙ୍କୁ ଗିରଫ କରିଥିଲା । ତେବେ ଏହି ଅଭିଯୋଗକୁ ସେ ଖଣ୍ଡନ କରିଥିଲେ । ତାଙ୍କ ପତ୍ନୀ ମଧ୍ୟ ପରେ ପ୍ରେସମିଟ କରି ଏହି ଅଭିଯୋଗକୁ ଖଣ୍ଡନ କରିବା ସହ ତାଙ୍କ ସ୍ୱାମୀଙ୍କୁ ଫସାଇ ଦିଆଯାଇଥିବା ଅଭିଯୋଗ କରିଥିଲେ ।

ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଛି ଜାମିନ । ଓଡ଼ିଶା ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଉପାଧ୍ୟାୟଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନି ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ । ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ତାଙ୍କର ଜାମିନ ଆବେଦନ ଖାରଜ ହେବାପରେ ସେ ଗତ ୧୪ ତାରିଖ ଦିନ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଗିରଫ ପରେ ପଚରା ଉଚରା ପାଇଁ ତାଙ୍କୁ ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା । ଆଉ ଏହା ପରେ ୫ ତାରିଖ ଯାଏଁ ତାଙ୍କୁ ରିମାଣ୍ଡରେ ନେଇଥିଲା ଭିଜିଲାନ୍ସ । ତେବେ ରିମାଣ୍ଡ ଅବଧି ଶେଷ ହେବା ପରେ ତାଙ୍କର ଜାମିନ ଆବେଦନ ଖାରଜ ହୋଇଥିଲା।

ରାଜ୍ୟ ସରକାରଙ୍କ ମୋ ସରକାର ଯୋଜନା ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କଠାରୁ ବିଭାଗର କାର୍ଯ୍ୟକାରୀତା ନେଇ ମତାମତ ସଂଗ୍ରହ ସମୟରେ ଉଦ୍ୟାନ ବିଭାଗରେ ବ୍ୟାପକ ଲାଞ୍ଚ କାରବାର ହେଉଥିବା ସୂଚନା ଆସିଥିଲା। ଏଥିସହ ନିର୍ଦ୍ଦେଶକ ଦୁର୍ନୀତିରେ ଜଡ଼ିତ ବୋଲି ଅଭିଯୋଗ ଆସିଥିଲା। ଏହାପରେ ଉପରୋକ୍ତ ସୂଚନାକୁ ଭିଜିଲାନ୍ସ ନିର୍ଦ୍ଦେଶାଳୟକୁ ପ୍ରଦାନ କରାଯାଇ ଉପଯୁକ୍ତ ପଦକ୍ଷେପ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ବିଜୟ କେତନଙ୍କୁ ଧରିବାର ପ୍ରାୟ ୧୦ ଦିନ ପୂର୍ବରୁ ଭିଜିଲାନ୍ସ ପକ୍ଷରୁ କୃଷି ବିଭାଗ ଅଧିନସ୍ଥ ଉଦ୍ୟାନ ନିର୍ଦ୍ଦେଶାଳୟ ଉପରେ ସତର୍କ ଦୃଷ୍ଟି ରଖାଯାଇଥିଲା।